ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଆଦିବାସୀ ନେତା, ଶହୀଦ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ରାଉରକେଲା ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ତାଙ୍କ ଜନ୍ମଦିନକୁ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳନ କରିବା, ଔପନିବେଶିକ ଶୋଷଣ ବିରୋଧରେ ସଂଗ୍ରାମ କରିଥିବା ଏହି ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତି ଏକ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଉଭୟ କେନ୍ଦ୍ର ଏବଂ ରାଜ୍ୟର ବିଜେପି ସରକାର ‘ସବ୍କା ସାଥ୍, ସବ୍କା ବିକାଶ, ସବ୍କା ବିଶ୍ଵାସ ଓ ସବ୍କା ପ୍ରୟାସ’ ଆଦର୍ଶରେ ଜନଜାତି ସମ୍ପ୍ରଦାୟର ସର୍ବାଙ୍ଗୀନ ବିକାଶ ପାଇଁ ପ୍ରତିବଦ୍ଧ । ଏହି କ୍ରମରେ କେନ୍ଦ୍ର ସରକାର ପିଏମ୍-ଜନମନ ଯୋଜନା ଓ ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ମାଧ୍ୟମରେ ଏବଂ ଓଡ଼ିଶା ସରକାର ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଓ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା ପରି ପଦକ୍ଷେପ ମାଧ୍ୟମରେ ସାମାଜିକ ନ୍ୟାୟ ଓ ସଶକ୍ତିକରଣକୁ ସୁନିଶ୍ଚିତ କରିବା ଦିଗରେ ବ୍ୟାପକ ପ୍ରୟାସ ଜାରି ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପୂର୍ବରୁ ମୁଖ୍ୟମନ୍ତ୍ରୀ, ବିର୍ସା ମୁଣ୍ଡାଙ୍କ ୧୫୧ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ବିଧାନସଭା ପରିସରରେ ଥିବା ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଅର୍ପଣ କରିଥିଲେ । Post navigation Special OTET-2025 Results: ପ୍ରକାଶ ପାଇଲା ସ୍ପେଶାଲ୍ ଓଟିଇଟି-୨୦୨୫ ରେଜଲ୍ଟ Humane Sagar on Ventilator: ଭେଣ୍ଟିଲେଟର ସପୋର୍ଟରେ ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନ ସାଗର