ସାରା ରାଜ୍ୟରେ ଏବେ ଶୀତ ଲହରୀ ଜାରି ରହିଥିବା ବେଳେ ଆଗକୁ ଆସୁଛି ଲଘୁଚାପ । ପୁଣି ବର୍ଷାରେ ଭିଜିବ ଓଡିଶା ।ଏନେଇ ଆଜି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ଶୀତ ଦିନେ ଅଦିନିଆ ବର୍ଷା ନେଇ ଚିନ୍ତା ବଢିଛି ।

ପାଣିପାଗ ବିଜ୍ଞାନୀ କହିଛନ୍ତି ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ସହ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତର ରୂପ ନେବାର ସମ୍ଭାବନା ଅଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବା ସହ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ସମ୍ଭାବନା ରହିଛି ବୋଲି ସୂଚନା ରହିଛି ।

ଏହା ଆନ୍ଧ୍ର ଉପକୂଳ ଆଡକୁ ଗତି କରିପାରେ । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୫ ରୁ ୨୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଏବଂ ଉପକୂଳବର୍ତ୍ତୀ ଜ଼ିଲ୍ଲାମାନଙ୍କରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ରାଜ୍ୟରେ ବର୍ଷାର ପରିମାଣ କେତେ ରହିବ ସନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୌଣସି ସୂଚନା ଜାରି କରାଯାଇନାହିଁ ।

Leave a Reply

Your email address will not be published. Required fields are marked *