ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି । ସୁପ୍ରିମକୋର୍ଟର ବିଚାରପତି ସୂର୍ଯ୍ୟକାନ୍ତ ଆଜି ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦୨୭ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ CJI ରହିବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ଏହା ପୂର୍ବରୁ ସିଜେଆଇ ବିଆର ଗଭାଇଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ଅକ୍ଟୋବର ୩୦ରେ ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ମନୋନୀତ କରାଯାଇଥିଲା । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଥିବା ଏହି ଶପଥ ଗ୍ରହଣ ସମାରୋହରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହ ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଜଗଦୀପ ଧନଖଡ ପ୍ରମୁଖ ସାମିଲ ହୋଇଥିଲେ। ୬ଟି ଦେଶର ପ୍ରଧାନ ବିଚାରପତି, ଜଜ୍ ଏବଂ ସେମାନଙ୍କ ପରିବାର ସଦସ୍ୟ ସାମିଲ ହୋଇଛନ୍ତି। ସୂନାଯୋଗ୍ୟ, ୧୯୬୨ ଫେବ୍ରୁଆରି ୧୦ରେ ହରିୟାଣାର ହିସାରରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ସୂର୍ଯ୍ୟକାନ୍ତ ଜଣେ ଛୋଟ ସହରର ଓକିଲରୁ ଦେଶର ସର୍ବୋଚ୍ଚ ନ୍ୟାୟିକ ପଦବୀରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଜାତୀୟ ଗୁରୁତ୍ୱର ଅନେକ ନିଷ୍ପତ୍ତି ଏବଂ ସାମ୍ବିଧାନିକ ମାମଲାରେ ଅଂଶ ଗ୍ରହଣ କରିଛନ୍ତି। ସେ ୨୦୧୧ ମସିହାରେ କୁରୁକ୍ଷେତ୍ର ବିଶ୍ୱବିଦ୍ୟାଳୟରୁ ଆଇନରେ ମାଷ୍ଟର ଡିଗ୍ରୀ ହାସଲ କରିଥିଲେ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ରାୟ ଲେଖିଥିବା ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ୫ ଅକ୍ଟୋବର ୨୦୧୮ରେ ହିମାଚଳ ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରାଯାଇଥିଲା। Post navigation T20 World Cup Cricket For Blind: ଦୃଷ୍ଟିବାଧିତ ମହିଳା ଟି-୨୦ କ୍ରିକେଟ ବିଶ୍ୱକପ୍ ରେ ଭାରତ ଚାମ୍ପିୟନ Cyclone Alert: ସମ୍ଭାବ୍ୟ ବାତ୍ୟା ପାଇଁ ପୂରା ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର: ସୁରେଶ ପୂଜାରୀ