odisha-cm-holds-15th-public-grievance-hearing
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୫ତମ ପାଳି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଭୁବନେଶ୍ୱରର ୟୁନିଟ୍-୨ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ୧୫ତମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଲୋକଙ୍କ ସହ ସିଧାସଳଖ ଆଲୋଚନା କରି ପ୍ରତ୍ୟେକଟି ଅଭିଯୋଗର ଯଥାସମ୍ଭବ ତ୍ୱରିତ ସମାଧାନ ସୁନିଶ୍ଚିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
 
ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି ।
 
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମାଧ୍ୟମରେ ଗତ ୧୪ଟି ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୧୨,୯୫୦ଟି ଅଭିଯୋଗ ମଧ୍ୟରୁ ୧୨,୩୭୧ଟି ଅଭିଯୋଗର ସମାଧାନ କରାଯାଇଛି। ଯାହା ଶତକଡ଼ା ୯୬ ପ୍ରତିଶତ ଅଟେ । ବାକି ରହିଥିବା ୫୭୯ଟି ଅଭିଯୋଗ ପ୍ରକ୍ରିୟା ମଧ୍ୟରେ ରହିଛି । ଆଗାମୀ ଦିନରେ ମଧ୍ୟ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ନିୟମିତ ପ୍ରୟାସ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
 

By Nirvay

Leave a Reply

Your email address will not be published. Required fields are marked *