ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ କହିଛନ୍ତି ଅବପାତର ରୂପ ନେଇଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ । ଆଜି ଉତ୍ତର-ପୂର୍ବ ଦିଗରେ ବାଂଲାଦେଶ ଆଡକୁ ଗତି କରିବା ପୂର୍ବରୁ ଏହା ଏକ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ଅଛି। ପାଣିପାଗ ବିଶେଷଜ୍ଞମାନେ ସୂଚିତ କରିଛନ୍ତି ଯେ ଏହି ପ୍ରଣାଳୀ ସମୁଦ୍ର ଉପରେ ଧୀରେ ଧୀରେ ଦୁର୍ବଳ ହେବ ଏବଂ ସ୍ଥଳଭାଗ ଛୁଇଁବା ପୂର୍ବରୁ ଏହା ବିଲୁପ୍ତ ହୋଇଯିବ, ଯାହା ଉପକୂଳ ଅଞ୍ଚଳଗୁଡ଼ିକ ଉପରେ କୌଣସି ସମ୍ଭାବ୍ୟ ପ୍ରଭାବକୁ ହ୍ରାସ କରିବ। ଏହା ଅଧିକ ଘନୀଭୂତ ହୋଇ ୨୪ ଘଣ୍ଟାରେ ଗଭୀର ଅବପାତରେ ପରିଣତ ହେବ । ଆଣ୍ଡାମାନ ଉପରେ ଥିବା ଅବପାତ ୨୪ ଘଣ୍ଟାରେ ବାତ୍ୟାରେ ପରିଣତ ହେବ । ଏହି ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ।

ସେ ଆଉ ମଧ୍ୟ କହିଛନ୍ତି ଏହା ପ୍ରଭବରେ କିଛି ସ୍ଥାନରେ ମେଘୁଆ ପାଗ ଦେଖାଯିବ, ଶୀତର ପ୍ରଭାବ ସାମାନ୍ୟ ରହିବ । ଏହା ସହ କାଲିଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା କମିବ, ଶୀତ ଅନୁଭବ ହେବ । ସୋମବାର ରାୟଗଡ଼ା ଓ ରାଜ୍ୟର ଦକ୍ଷିଣ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ଶନିବାର ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଅପରପକ୍ଷେ ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ପୂର୍ବ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପୂର୍ବ ଆରବସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ରହିଛି। ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତର ଅଂଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଆଉ ଏକ ଲଘୁଚାପ କ୍ଷେତ୍ର ରହିଛି। ଏହା ପ୍ରଭାବରେ ଗୁଜରାଟ, କୋଙ୍କଣ, ଗୋଆ, ମଧ୍ୟ ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ସିକିମ୍‌, ବିହାର ଏବଂ ଉତ୍ତର-ପୂର୍ବ ଅଞ୍ଚଳର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *