Tikabali Chairman Dilip Pradhan joins BJP
କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀ ଗାଁରେ ଆୟୋଜିତ ଏକ ଦଳୀୟ କାର୍ଯ୍ୟକ୍ରମରେ ଟିକାବାଲି ବ୍ଲକ୍ ଅଧ୍ୟକ୍ଷ ଦିଲ୍ଲୀପ ପ୍ରଧାନ ଆଜି ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି ।
 
କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀଙ୍କ ସମେତ ଅନ୍ୟ ନେତୃବୃନ୍ଦଙ୍କ ଉପସ୍ଥିତିରେ ଦିଲ୍ଲୀପ ପ୍ରଧାନ ବିଜେପିରେ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେପିରେ ଯୋଗ ଦେଇଥିବା କହିଛନ୍ତି ।
 
ପୂର୍ବରୁ ସେ, ରାଜ୍ୟରେ ଲଘୁ ବନଜାତ ସାମଗ୍ରୀର ସଂଗ୍ରହ ଓ ବିକ୍ରି ବ୍ୟବସ୍ଥା କରି ଆଦିବାସୀଙ୍କ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଗଠିତ ଆଦିବାସୀ ଉନ୍ନୟନ ସମବାୟ ନିଗମ – ଟିଡିସିସିର ଉପାଧ୍ୟକ୍ଷ ଥିଲେ ।

By Nirvay

Leave a Reply

Your email address will not be published. Required fields are marked *