ରାଜ୍ୟରେ ବାରମ୍ବାର ନିଯୁକ୍ତି ପରୀକ୍ଷା ବାତିଲ ହେବା ଦ୍ୱାରା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି ବୋଲି ରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି । ଏଏନଏମ ପରୀକ୍ଷା ବାତିଲ କରି ରାଜ୍ୟ ବିଜେପି ସରକାର ପୁଣି ହଜାର ହଜାର ଆଶାୟୀଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ଦେଇଛନ୍ତି ବୋଲି ବିଜେଡି ସଭାପତି କହିଛନ୍ତି । ପ୍ରଶ୍ନପତ୍ର ବିଭ୍ରାଟ ପରେ ଗତକାଲି ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ହେବା ପରେ ଏଏନଏମ ଓ ଜିଏନଏମର ୧୨ ତାରିଖ ଯାଏଁ ହବାକୁ ଥିବା ସମସ୍ତ ପରୀକ୍ଷା ବାତିଲ କରାଯାଇଛି । ଫଳରେ ଏହି ପରୀକ୍ଷା ପୁଣି ଥରେ କରାଯିବ । ଏହା କେବେ ଠାରୁ ଆରମ୍ଭ ସେନେଇ ଆଗାମୀ ଦିନରେ ବିଜ୍ଞପ୍ତି ପ୍ରକାଶ ପାଇବ । ଏହାକୁ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ବିଜେଡି ସଭାପତି କହିଛନ୍ତି ଯେ, ୧୮ ମାସର ସରକାରରେ ପାଖାପାଖି ୧୮ଟି ନିଯୁକ୍ତି ପରୀକ୍ଷା ବାତିଲ ହେଲାଣି । ସରକାର କ’ଣ ଦର୍ଶାଇବାକୁ ଚାହୁଁଛନ୍ତି? ରାଜ୍ୟର ପିଲାମାନଙ୍କ ଆଶା, ସ୍ୱପ୍ନ ଏପରି ଧୂଳିସାତ ହେଉଥିବ କି ବୋଲି ସେ ପ୍ରଶ୍ନ କରିଛନ୍ତି । ପରୀକ୍ଷା ପରେ ପରୀକ୍ଷା ବାତିଲ ହେବା, ସ୍ଥଗିତ ହେବା ବିଜେପି ସରକାରର ଅପାରଗତାକୁ ଦର୍ଶାଉଛି ବୋଲି ନବୀନ କହିଛନ୍ତି । Post navigation Mukhyamantri Kanya Bibaha Yojana: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ଲାଇନ୍ No New Liquor Shops In Odisha: ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ