ଥରୁଛି ସାରା ଓଡ଼ିଶା । ରାଜ୍ୟରେ ଧୀରେ ଧୀରେ ବଢ଼ିବାରେ ଲାଗିଛି ଶୀତର ପରିମାଣ। ଯାହା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛନ୍ତି। କନ୍ଧମାଳ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ଡିଗ୍ରୀ ରେକର୍ଡ କରାଯାଇଛି । ତେବେ ଚଳିତ ବର୍ଷ ପ୍ରଥମ ଥର ପାଇଁ ୩ ଡିଗ୍ରୀ ଛୁଇଁଲା ପାରଦ। କୋରାପୁଟ ସେମିଳିଗୁଡାରେ ତାପମାତ୍ରା ୩.୬ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଝାରସୁଗୁଡ଼ା- ୭.୧, ରାଉରକେଲା- ୭.୨, କେନ୍ଦୁଝର- ୯.୬ ଡିଗ୍ରୀ, ସମ୍ବଲପୁର- ୧୦.୮, ହୀରାକୁଦ- ୧୧.୪, ଭୁବନେଶ୍ବର- ୧୨.୬ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ବିଭିନ୍ନ ସ୍ଥାନରେ ତୁଷାରପାତ ସହ ଘନ କହୁଡି ଦେଖିବାକୁ ମିଳିଛି। ତେବେ ରାଜ୍ୟରେ ଆହୁରି ଦୁଇଦିନ ଶୀତ ଲହରୀର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। Post navigation Shivraj Patil Passes Away: ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ପରଲୋକ Minor Girl Raped: ଭୁବନେଶ୍ୱରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ