ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋଣାର୍କ ନିକଟସ୍ଥ ରାମଚଣ୍ଡୀଠାରେ ଓଡ଼ିଶା ୱାଟରମ୍ୟାନସିପ୍ ଏବଂ ଲାଇଫଗାର୍ଡ ପ୍ରତିଷ୍ଠାନ (OSWALI) ର ଉଦ୍ଘାଟନ କରିଛନ୍ତି ।ଓଡ଼ିଶାର ଉପକୂଳ ସୁରକ୍ଷା, ଜଳ ଦକ୍ଷତା (ୱାଟରମ୍ୟାନସିପ୍) ଏବଂ ଜରୁରୀକାଳୀନ ପ୍ରତିକ୍ରିୟା କ୍ଷମତାକୁ ସୁଦୃଢ଼ କରିବା ଦିଗରେ ଏହା ମାଇଲଖୁଣ୍ଟ ସାବ୍ୟସ୍ତ ହେବ । ଏହି ଅବସରରେ ରାଜ୍ୟରେ ଉନ୍ନତ ଅଣ୍ଡରୱାଟର ଉଦ୍ଧାର ତାଲିମକୁ ବ୍ୟାପକ କରିବାକୁ ଅତ୍ୟାଧୁନିକ ସ୍କୁବା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିବାବେଳେ ଓଡ଼ିଶା ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ମଧ୍ୟରେ ବୁଝାମଣା ପତ୍ର ମଧ୍ୟ ସ୍ଵାକ୍ଷରିତ ହୋଇଛି । ଜଳ ସୁରକ୍ଷା, ଲାଇଫ ଗାର୍ଡ ତାଲିମ ଏବଂ ଉପକୂଳବର୍ତ୍ତୀ ସହନଶୀଳତା ପାଇଁ OSWALI ପ୍ରତିଷ୍ଠାନ ଏକ ଉତ୍ସର୍ଗୀକୃତ ଜାତୀୟ ତଥା ଅନ୍ତର୍ଜାତୀୟ କେନ୍ଦ୍ର ଭାବରେ ଉଭା ହେବ ଏବଂ ପ୍ରାକୃତିକ ବିପର୍ଯ୍ୟୟ ତଥା ଜଳବାୟୁ ପରିବର୍ତ୍ତନ ଦ୍ୱାରା ସୃଷ୍ଟି ହେଉଥିବା ବର୍ଦ୍ଧିତ ବିପଦକୁ ମୁକାବିଲା କରିବା ପାଇଁ ଓଡ଼ିଶାର କ୍ଷମତାକୁ ବୃଦ୍ଧି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଜଗତସିଂହପୁର ସାଂସଦ ଡ. ବିଭୁ ପ୍ରସାଦ ତରାଇ, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର, ପୁରୀ ବିଧାୟକ ସୁନୀଲ କୁମାର ମହାନ୍ତି, କାକଟପୁର ବିଧାୟକ ତୁଷାର କାନ୍ତି ବେହେରା, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର, ଅଗ୍ନିଶମ ଓ ଜରୁରୀକାଳୀନ ସେବାର ମହାନିର୍ଦ୍ଦେଶକ ଡ. ସୁଧାଂଶୁ ଷଡ଼ଙ୍ଗୀ, ପୋଲିସ୍ ହାଉସିଙ୍ଗ୍ କରପୋରେସନ୍ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ, ପର୍ଯ୍ୟଟନ ସଚିବ ଡଃ ବଲବନ୍ତ ସିଂହ, ପୋଲିସ ଡିଆଇଜି ଡ. ଉମା ଶଙ୍କର ଦାଶ ପ୍ରମୁଖ ଉପସ୍ଥିତ ଥିଲେ । Post navigation Census 2027: ୨୦୨୭ ଜନଗଣନା ପାଇଁ ୧୧,୭୧୮ କୋଟିର ବଜେଟ୍ ମଞ୍ଜୁରୀ Konark Eco Retreat: କୋଣାର୍କ ଇକୋ ରିଟ୍ରିଟ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ