ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ନିଷ୍ପତ୍ତିର ପୁର୍ନବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି । ଏ ନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳି ମଲ୍ଲିକ, ଉପମୁଖ୍ୟ ସଚେତକ ପ୍ରତାପ ଦେବ। ସେ କହିଛନ୍ତି ଆମେ ସେ ସମୟରେ ସମର୍ଥନ କରିଥିଲୁ, ବିଲ୍ ପାରିତ ହୋଇଥିଲା । ଜନ ଅସନ୍ତେଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରନ୍ତୁ । ବିଜେଡି କହିଛି ବିଧାନସଭାରେ ୯ ତାରିଖରେ ବିଧାୟକ ମାନଙ୍କୁ ନେଇ ବିଲ ପାରିତ ହୋଇଛି । କିନ୍ତୁ ଓଡ଼ିଶା ଜନ ସାଧାରଣ ଏହାକୁ ବିରୋଧ କରୁଛନ୍ତି । ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ । ବିରୋଧୀ ଦଳ ନେତା ଆଜି ପର୍ଯ୍ୟନ୍ତ ତାଙ୍କ ଦରମା କେବେ ବି ନେଇ ନାହାନ୍ତି ତାହା ସାଧାରଣ ଲୋକଙ୍କ କାମରେ ଲଗାଯାଏ । ଆମ ଦଳର ସଭାପତି ଙ୍କ ନିର୍ଦ୍ଦେଶ ରେ ଆମେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖୁଛୁ ଏହି ବିଲର ସେ ପୁର୍ନବିଚାର କରନ୍ତୁ। ଅନ୍ୟପଟେ ଗୁରୁବାର ଦିନ ବିଜେପି ବିଧାୟକ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦରମା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରିଛନ୍ତି । ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଲୋକମତକୁ ସମ୍ମାନ ଜଣାଇ ଦରମା ବୃଦ୍ଧି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ଜନସାଧାରଣଙ୍କ ଭାବନାକୁ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ନିଆଯାଇଛି । Post navigation BJP Leader Car Burned: ବିଜେପି ନେତ୍ରୀଙ୍କ ଗାଡ଼ି ଜାଳିଦେଲେ ଦୁର୍ବୃତ୍ତ Odisha Investor Meet In Hyderabad: ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ