ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ପୀଡ଼ିତାଙ୍କ ପରିବାର ପାଇଁ ରାଜ୍ୟ ସରକାର ବୁଧବାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୀଡ଼ିତାଙ୍କୁ ପରିବାର ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କରିବା ସହିତ ଦୁଃଖ ପ୍ରକାଶ କରିଛନ୍ତି । ଏହି ଅର୍ଥିରାଶି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ଯୋଗାଇ ଦିଆଯିବ । ଭଦ୍ରକ ଜିଲ୍ଲାର ଚାନ୍ଦବାଲିଠାରେ ଘଟିଯାଇଥିବା ଅଭାବନୀୟ ଘଟଣା ବିଷୟରେ ଅବଗତ ହୋଇ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି । ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି । ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମଧ୍ୟ କହିଛନ୍ତି, ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପୀଡ଼ିତାଙ୍କ ପରିବାରକୁ ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବା ସହିତ ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଗତକାଲି ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ୧୦ ବର୍ଷର ନାବାଳିକା ଅପରାହ୍ନ ପ୍ରାୟ ୨ଟା ସମୟରେ ଘରୁ ବାହାରି ଆସିଥିଲେ । କିନ୍ତୁ ଅପରାହ୍ନ ଯାଇ ସଞ୍ଜ ନଇଁବା ପରେ ଝିଅ ଘରକୁ ଫେରି ନଥିଲା । ପରିବାର ଲୋକ ବହୁତ ଖୋଜାଖୋଜି କରିବା ପରେ ବାଲିଗାଁ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଏକ ଘଞ୍ଚ ଜଙ୍ଗଲରୁ ନାବାଳିକାର ଉଲଗ୍ନ ମୃତ ଦେହ ଉଦ୍ଧାର କରିଥିଲେ । ନାବାଳିକାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ । ଗତକାଲି ଠାରୁ ସ୍ଥାନୀୟ ଅଞ୍ଚଳରେ ନ୍ୟାୟ ଦାବିରେ ଉତ୍ତେଜନା ଲାଗି ରହିଛି । ପୋଲିସ ଏହି ମାମଲାରେ ଚାରି ଜଣଙ୍କୁ ଅଟକ ରଖି ଜେରା କରୁଛି । ମୁଖ୍ୟ ଜଗତସିଂହପୁରରେ ଲୁଚିଥିବାବେଳେ ପୋଲିସ ଗିରଫ କରିଛି । Post navigation Chandbali Bandh: ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା ଦେଲେ ବିଜେଡି ଓ କଂଗ୍ରେସ No PUCC, No Petrol: ଫେବ୍ରୁଆରୀ ପହିଲାକୁ ଘୁଞ୍ଚିଲା ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା ନିଷ୍ପତ୍ତି