President Murmu, PM Modi Pay Tribute To Atal Bihari Vajpayee At 'Sadaiv Atal'
ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିଜୟ ଘାଟରେ ବାଜପେୟୀଙ୍କ ସମାଧି ‘ସଦୈବ ଅଟଳ’ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
 
ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ, ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ସମେତ ଅନେକ ନେତା ଅଟଳ ବିହାରୀ ବାଜପେୟୀଙ୍କୁ ‘ସଦୈବ ଅଟଳ’ ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
 
ମୋଦି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ସ୍ମରଣ କରି ଲେଖିଛନ୍ତି ଯେ, ଜନସେବା ଏବଂ ରାଷ୍ଟ୍ର ସେବାରେ ଉତ୍ସର୍ଗୀକୃତ ତାଙ୍କର ଜୀବନ ସର୍ବଦା ଦେଶବାସୀଙ୍କ ପାଇଁ ପ୍ରେରଣାର ଉତ୍ସା ହୋଇ ରହିବ ।
 
ଅଟଳ ବିହାରୀ ବାଜପେୟୀ ତିନିଥର ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ । ପୂର୍ବରୁ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାଜୀ ଦେଶାଇଙ୍କ କ୍ୟାବିନେଟରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।

By Nirvay

Leave a Reply

Your email address will not be published. Required fields are marked *