dharmendra-pradhan-inaugurates-lays-the-foundation-stone-for-projects-at-nit-rourkela
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏନଆଇଟି ରାଉରକେଲାରେ ୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ରାଉରକେଲାର ଏନଆଇଟି ପରିସରରେ ପ୍ରାୟ ୩୫ କୋଟି ଟଙ୍କା ବ୍ୟୟରେ ନବନିର୍ମିତ ଇନଡୋର ସ୍ପୋର୍ଟସ କମ୍ପ୍ଲେକ୍ସକୁ ଉଦଘାଟନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
 
ଏହି ପରିସରରେ ବ୍ୟାଡମିଣ୍ଟନ କୋର୍ଟ, ବହମୁଖୀ ସଭାଗୃହ, ଓପନ ଏୟାର ଥିଏଟର ଏବଂ ଆନୁଷଙ୍ଗିକ ସୁବିଧା ରହିଛି ।
 
ଏହି ଅବସରରେ ୯୧.୧୮ କୋଟି ଟଙ୍କା ବ୍ୟୟରେ ସିଭିଲ୍ ଇଞ୍ଜିନିୟରିଂ ବିଭାଗର ନୂତନ ଭବନ, ୫୫.୩୫ କୋଟି ଟଙ୍କା ବ୍ୟୟରେ ଛାତ୍ରୀନିବାସ, ୩୩.୫୧ କୋଟି ଟଙ୍କା ବ୍ୟୟରେ ଅତିଥି ଭବନ ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।
 
ଏହି ଶିକ୍ଷାନୁଷ୍ଠାନରୁ ବାହାରୁଥିବା ଛାତ୍ରଛାତ୍ରୀମାନେ ନିଜସ୍ୱ ଷ୍ଟାର୍ଟଅପ୍ ମାଧ୍ୟମରେ ହଜାର ହଜାର ଲୋକଙ୍କୁ ନିଯୁକ୍ତି ଦେବାର ସାମର୍ଥ୍ୟ ରଖୁଛନ୍ତି । ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ୍ ଏବଂ ଏନଆଇଟିର ମିଳିତ ସହଯୋଗରେ ଭାରତର ଅର୍ଥନୀତିକୁ ୩ ନମ୍ବର ସ୍ଥାନରେ ପହଞ୍ଚାଇବା ପାଇଁ ଏକ ଶକ୍ତିଶାଳୀ ମାଧ୍ୟମ ହୋଇପାରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
 
 

By Nirvay

Leave a Reply

Your email address will not be published. Required fields are marked *