ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରାଯାଉଛି। ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ୪ଟି ଠିକଣାରେ ଭିଜିଲାନ୍ସ ତଲାସ ଆରମ୍ଭ କରିଛି । ଭୁବନେଶ୍ବର ବଡ଼ଗଡ଼ ଗୋପାଳୁଣି ନଗର, ବ୍ରିଟ କଲୋନୀ, ଖୋର୍ଦ୍ଧା ଓ ବାରଙ୍ଗ ତହସିଲ କାର୍ଯ୍ୟାଳୟରେ ଥିବା ଜିତେନ୍ଦ୍ରଙ୍କ ଚ୍ୟାମ୍ବରରେ ରେଡ୍ ହେଉଛି । ଭୁବନେଶ୍ୱର ଗୋପାଳୁଣୀ ନଗର ବଡ଼ଗଡ଼ଠାରେ ଏକ ତିନି ମହଲା କୋଠା, ବ୍ରିଟ୍ କଲୋନୀରେ ଆଉ ଏକ ତିନି ମହଲା କୋଠା, ଖୋର୍ଦ୍ଧା ଜିଲ୍ଲା ସାନପଲ୍ଲାରେ ଗୋଟିଏ ଦୁଇ ମହଲା କୋଠା, କଟକ ବାରଙ୍ଗ ତହସିଲ କାର୍ଯ୍ୟାଳୟରେ ଚଢ଼ଉ ଜାରି ହୋଇଛି । ଭିଜିଲାନ୍ସ ସ୍ୱତନ୍ତ୍ର ଅଦାଲତର ବିଚାରପତି ମାନ୍ୟବର କୃଷ୍ଣଚନ୍ଦ୍ର ଦାସଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଚଢ଼ଉ ହୋଇଛି । ଚଢ଼ଉରେ ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୧ ଏସଆଇ, ୮ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି । Post navigation Samba Dashami: ଆଜି ପବିତ୍ର ଶାମ୍ବ ଦଶମୀ; କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ Vigilance Raid: ହାଟଡ଼ିହିର ବାଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ