ବନ୍ଦେ ମାତରମ୍‌’ର ୧୫୦ତମ ବାର୍ଷିକୀ ଅବସରରେ ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ସାମୂହିକ ‘ବନ୍ଦେ ମାତରମ୍‌’ ଗାନ ହୋଇଛି । ସବୁ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟରେ ସାମୂହିକ ଗାନ ହୋଇଥିବା ଦେଖାଯାଇଛି । ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀଙ୍କ ଦ୍ବାରା ସାମୂହିକ ଗାନ କରିଛନ୍ତି ।

ଛାତ୍ରଛାତ୍ରୀ ବନ୍ଦେ ମାତରମ୍ ଗାନ କରିବା ସହ ଆତ୍ମନିର୍ଭର ଭାରତ ସ୍ବଦେଶୀ ସଙ୍କଳ୍ପ ପାଠ କରିଛନ୍ତି। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଥିଲା। ଶିକ୍ଷାନୁଷ୍ଠାନ ଗୁଡ଼ିକରେ ସାମୂହିକ ବନ୍ଦେ ମାତରମ୍ ଗାନ ନିମନ୍ତେ ରାଜ୍ୟବ୍ୟାପୀ ‘ବନ୍ଦେ ମାତରମ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ’ କରାଯାଇଥିଲା। ଯେଉଁଥିରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ।

Leave a Reply

Your email address will not be published. Required fields are marked *