ରାଜ୍ୟରେ ବିଧାନ ପରିଷଦ ଗଠନ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା । ଏହାକୁ ସନ୍ତକ ହିସାବରେ ରଖାଯିବ । ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ ହୁଏ, ବ୍ୟବହାର କରାଯିବ ।

ଏହାସହ ନୂଆକରି ତିଆରି ହେବାକୁ ଥିବା ବିଧାନସଭାରେ ୩୦୦ ସଦସ୍ୟ ବସିପାରିବେ । ଲୋକସେବା ଭବନ ଏବଂ ବିଧାନସଭା ମଝିରେ ଥିବା ଖାଲି ସ୍ଥାନରେ ଏହି ନୂଆ ବିଧାନସଭା ଗଠନ ହେବ । ବର୍ତ୍ତମାନ ଲୋକସେବା ଭବନର ଅତି ନିକଟରେ ଥିବା ନଅ ତାଲା, ସେଚ ସଦନ ଏବଂ ରାଜୀବ ଭବନକୁ ଭଙ୍ଗାଯିବ । ଏ ସବୁ କୋଠା ବିପଦସଙ୍କୁଳ ବୋଲି ଘୋଷଣା ହୋଇସାରିଛି । ତେବେ ତିନୋଟି ପର୍ଯ୍ୟାୟରେ ନୂଆ ଲୋକସେବା ଭବନ ନିର୍ମାଣ ହେବ । ପ୍ରଥମ ପର୍ଯ୍ୟାୟରେ ଲୋକସେବା ଭବନର ମୁଖ୍ୟ ଅଫିସଟି ଖାରବେଳ ଭବନ ନିକଟରେ ନିର୍ମାଣ ହେବ । ଏହାପରେ ପାଓ୍ୱାର ହାଉସ ଛକକୁ ଲାଗି ଏଡିଏମ୍ ଅଫିସ, OSEPA ଅଫିସ୍ ପାଖରେ ହେବ ନୂତନ ଲୋକସେବା ଭବନ ଅଫିସ୍ ।

Leave a Reply

Your email address will not be published. Required fields are marked *