ପୁଣି ଶ୍ରୀମନ୍ଦିର ଭିତରକୁ ମୋବାଇଲ୍ ନେବା ଭିଡିଓ ଭାଇରାଲ । ଆନନ୍ଦବଜାରରେ ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଗପିବାର ଭିଡିଓ ଏବେ ଭାଇରାଲ୍ ହୋଇଛି । ଏହା ପରେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । କଟକଣା ସତ୍ତ୍ୱେ କଡା ସୁରକ୍ଷା ଭିତରେ ଶ୍ରୀମନ୍ଦିର ଆନନ୍ଦ ବଜାର ଭିତରେ ମୋବାଇଲ ଧରି ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଗପୁ ଥିବାର ଭିଡିଓ ଭାଇରାଲ୍ ହୋଇଛି । ଶ୍ରୀମନ୍ଦିର ଆନନ୍ଦ ବଜାର ,ଚାହାଣି ମଣ୍ଡପ ନିକଟରେ ସେହି ବ୍ୟକ୍ତି ମୋବାଇଲ ଧରି ଗପୁଥିବାର ଭିଡିଓ ଭାଇରଲ ହୋଇଛି ।

ତେବେ ସଂପୃକ୍ତ ବ୍ୟକ୍ତିଙ୍କ ଫଟୋ କିଏ ଉଠାଇଲା ତାହା ସ୍ପଷ୍ଟ ହୋଇନି। ତେବେ ଏନେଇ ଶ୍ରୀମନ୍ଦିର ପ୍ରଶାସନ କିମ୍ବା ପୋଲିସର ପ୍ରତିକ୍ରିୟା ମିଳିପାରିନି । କୌଣସି ଶ୍ରଦ୍ଧାଳୁ ଶ୍ରୀମନ୍ଦିର ଭିତରକୁ ମୋବାଇଲ୍‌ ନେଇ ପ୍ରବେଶ କଲେ ତାଙ୍କୁ ଜରିମାନା ଆଦାୟ ନିୟମ ରହିଛି। ତେବେ ଅନେକ ସମୟରେ ବ୍ୟକ୍ତିମାନ ମୋବାଇଲ ଶ୍ରୀମନ୍ଦିରକୁ ନେଇ କଥାହେବା ସହ ଫଟୋ ଭିଡିଓ ଉତ୍ତୋଳନ କରୁଛନ୍ତି।

Leave a Reply

Your email address will not be published. Required fields are marked *