president-droupadi-murmu-unfurls-the-tricolour
ଆଜି ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀର କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି ।
 
ପରେଡ ଆରମ୍ଭ ହେବା ପୂର୍ବରୁ ଜାତୀୟ ଯୁଦ୍ଧ ସ୍ମାରକୀରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
 
ଚଳିତବର୍ଷ ଗଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବେ ୟୁରୋପୀୟ କାଉନସିଲ ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଓ ୟୁରୋପୀୟ କମିଶନ ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲିୟେନଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ଅତିଥି ଯୋଗଦେଇଛନ୍ତି ।
 
ଏହି ଅବସରରେ ସାମରିକ ଶକ୍ତି, ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ବାୟୁସେନାର ଅଭୂତପୂର୍ବ ଫ୍ଲାଇପାଷ୍ଟ ଦେଶର ଗର୍ବ, ପ୍ରଗତି ଓ ଏକତାର ପ୍ରତୀକ ସାଜିଛି । ଏଥିରେ ବିଭିନ୍ନ ରାଜ୍ୟ ଓ ସଂସ୍ଥାର ଝାଙ୍କି ସହ ସୈନ୍ୟବାହିନୀ ଶକ୍ତି ପ୍ରଦର୍ଶନ କରିଥିଲେ ।
president-droupadi-murmu-unfurls-the-tricolour
 
 
 

By Nirvay

Leave a Reply

Your email address will not be published. Required fields are marked *