Odisha CM Launches BCPPER Economic Roadmap
ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ହେବ ଅର୍ଥନୈତିକ କରିଡର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭୁବନେଶ୍ୱର-କଟକ-ପୁରୀ-ପାରାଦ୍ୱୀପ ଇକୋନୋମିକ୍ ରିଜିଅନ୍ (BCPPER) ର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ ଲୋକସେବା ଭବନଠାରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଆୟୋଜିତ ହୋଇଥିଲା ।
 
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗ୍ରେଟର ଭୁବନେଶ୍ୱର ପାଇଁ ଆବଶ୍ୟକୀୟ ଭିତ୍ତିଭୂମି ସୃଷ୍ଟି କରାଯାଉଛି । ରିଙ୍ଗ ରୋଡ଼, ନୂତନ ସିଟି, ସେମି କଣ୍ଡକ୍ଟର ହବ୍ ଆଦିକୁ ଗୁରୁତ୍ୱ ଦିଆଯାଉଛି ।
 
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭିତ୍ତିଭୂମିର ସର୍ବାଙ୍ଗୀନ ବିକାଶ ମାଧ୍ୟମରେ ସମୃଦ୍ଧ ଓଡ଼ିଶା ଗଠନ ଲକ୍ଷ୍ୟ ରଖାଯାଇଛି । ଏହି ଦିଗରେ ନୀତି ଆୟୋଗଙ୍କ ସହଯୋଗରେ BCPPER ପ୍ରସ୍ତୁତ କରାଯାଇଛି ।
 
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପ୍ରକଳ୍ପ ଭିତ୍ତିଭୂମି ଓ ଅର୍ଥନୀତି କ୍ଷେତ୍ରରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି । ଏହି ଅଞ୍ଚଳଗୁଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ, ଐତିହ୍ୟ, ଶିଳ୍ପ, ଲଜିଷ୍ଟିକ୍ସ ହବ୍ ହେବାର ସମ୍ଭାବନା ରହିଛି ।
 
ଏହି କାର୍ଯ୍ୟକ୍ରମରେ ନୀତିଆୟୋଗର ସଦସ୍ୟ ରାଜୀବ ଗୌବା ଏବଂ ସିଇଓ ବି.ଭି.ଆର୍. ସୁବ୍ରମଣ୍ୟମ ମଧ୍ୟ ଯୋଗଦେଇଛନ୍ତି ।
odisha-cm-launches-bcpper-economic-roadmap

By Nirvay

Leave a Reply

Your email address will not be published. Required fields are marked *