ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ତାର ଚାବି ହଜିବା ଘଟଣାର ତଦନ୍ତ ପ୍ରସଙ୍ଗରେ ଓଡିଶା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ କରିଥିବା ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଆସନ୍ତା ବିଧାନସଭା ଅଧିବେଶନରେ ଉପସ୍ଥାପନ କରିବାକୁ ଓଡିଶା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ପାଇଁ ଗଠିତ ଜଷ୍ଟିସ ରଘୁବୀର ଦାସ କମିଶନ ୨୦୧୮ ମସିହାରେ ରିପୋର୍ଟ ଦାଖଲ କରିଥିଲେ । ୨୦୧୮ରେ ରତ୍ନଭଣ୍ଡାର ଚାବି ହଜିବାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଏହି ରିପୋର୍ଟକୁ ବିଧାନସଭାରେ ଉପସ୍ଥାପନ କରାଯାଇ ନଥିଲା । ଏହା ସହିତ ରିପୋର୍ଟକୁ ସାର୍ବଜନୀନ ମଧ୍ୟ କରାଯାଇ ନଥିଲା । ରାଜ୍ୟ ସରକାରଙ୍କୁ ଏହି ରିପୋର୍ଟ ଉପସ୍ଥାପନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ୩ ମାସ ମଧ୍ୟରେ ଗଣତି ମଣତି କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ରତ୍ନଭଣ୍ଡାର ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର କଣ ପଦକ୍ଷେପ ନେବେ, ତାହା ଦେଖିବାକୁ ରହିଲା । Post navigation Twist In Pitabas Murder Case: ପୀତବାସ ହତ୍ୟାକାଣ୍ଡରେ ନୂଆ ମୋଡ଼ New QR Code Land Patta: ଜମି କିଣାବିକାରେ ଆଉ ହେବନି ଠକେଇ; ପଟ୍ଟାରେ ଲାଗିବ କ୍ୟୁଆର୍ କୋଡ୍