କଟକରେ ଲେଜର୍‌ ଲାଇଟ୍‌ ବ୍ୟାନ୍‌। ଲେଜର ଲାଇଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିଛନ୍ତି ହାଇକୋର୍ଟ। ଆଜି ସହର ସମସ୍ୟା ସମ୍ପର୍କିତ ମାମଲାର ଶୁଣାଣି ବେଳେ କଟକରେ ଲେଜର୍‌ ଲାଇଟ୍‌ କଟକଣାକୁ କଡ଼ାକଡ଼ି ଲାଗୁ କରିବା ପାଇଁ ହାଇକୋର୍ଟ କଟକ ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

କୋର୍ଟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାକ୍ଷ୍ୟ ଦେଇଥିବା କଟକ ଡେପୁଟି ପୋଲିସ କମିଶନର (ଡିସିପି) ଖିଲାରି ଋଷିକେଶ ଜ୍ଞାନଦେଓଙ୍କୁ ଲେଜର ଲାଇଟ୍ ଉପରେ ନିଷେଧକୁ କଡ଼ାକଡ଼ି କାର୍ଯ୍ୟକାରୀ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଏହାସହ ଡିଜେ ବ୍ୟବହାର ଓ ୬୫ ଡେସିବଲ କଟକଣାକୁ ମଧ୍ୟ କଡ଼ାକଡ଼ି ଲାଗୁ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।ହାଇକୋର୍ଟ ବିକଟାଳ ଶବ୍ଦ ଯୁକ୍ତ ଡିଜେ ବ୍ୟବହାରକୁ ସମ୍ପୂର୍ଣ୍ଣ ମନା କରିଛନ୍ତି। ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ପାଳନ କରିବାକୁ କମିଶନରେଟ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ରାତି ୧୦ଟା ପରେ ଯେପରି କୌଣସି ବାଜା ବାଜିବ ନାହିଁ, ବାଣ ଫୁଟିବ ନାହିଁ ଏବଂ ରୋଷଣୀ ନ ହେବ ସେଦିଗରେ ପୋଲିସ ତୀକ୍ଷ୍ଣ ନଜର ରଖିବ।

ହାଇକୋର୍ଟ ନିୟମ ଉଲ୍ଲଂଘନକାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ କମିଶନରେଟ୍ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *