ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ, ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତା ମାନଙ୍କୁ ଭେଟିଛନ୍ତି । ଏହି ଅବସରରେ ଉଦ୍ବୋଧନ ଦେଇ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ହେଉଛି ଓଡିଶାର କୋଟି କୋଟି ମା’ ମାନଙ୍କର ନିଜ ଦଳ । ଗତ ୨୭ ବର୍ଷର ଯାତ୍ରା ଭିତରେ ବିଜେଡି ମା’ ମାନଙ୍କର ସଶକ୍ତି କରଣ ଉପରେ ସବୁବେଳେ ପ୍ରାଥମିକତା ଦେଇ ଆସିଛି । ନବୀନ ପଟ୍ଟନାୟକ କହିଛନ୍ତି ମା’ ମାନଙ୍କ ସଶକ୍ତ କରଣ ହିଁ ଓଡିଶାର ପ୍ରକୃତ ସଶକ୍ତି କରଣ । ବିଜୁ ମହିଳା ଜନତା ଦଳ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଏକ ଆଦର୍ଶ ସଶକ୍ତି କରଣ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରି ଗାଁ ଗାଁରେ ମା’ ମାନଙ୍କୁ ସଂରକ୍ଷିତ କରିବା ଓ ସେମାନଙ୍କ ଆର୍ଥିକ ବିକାଶ ଦିଗରେ ସବୁବେଳେ ମା’ ମାନଙ୍କ ସାଥିରେ ରହିଅଛି। ମା’ ମାନଙ୍କ ରୋଜଗାର ବୃଦ୍ଧି ସହିତ ସେମାନଙ୍କ ଅଧିକାର ପାଇଁ ଲଢେଇ ଜାରୀ ରଖିବା ହେଉଛି ବିଜୁ ମହିଳା ଜନତା ଦଳର ଆଦର୍ଶ । ମା’ ମାନଙ୍କର ସଶକ୍ତି କରଣକୁ ଏକ ସାମାଜିକ ଆନ୍ଦୋଳନ ଭାବରେ ଗଢି ତୋଳିବାରେ ବିଜୁ ଜନତା ଦଳର ଭୂମିକା ଉଲ୍ଲେଖନୀୟ । ମହିଳା ମାନଙ୍କ ଉପରେ ବଢି ଚାଲିଥିବା ଅତ୍ୟାଚାର ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ମହିଳା ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ, ଅତ୍ୟାଚାର ବିରୁଦ୍ଧରେ ଲଢେଇକୁ ଆହୁରି ଜୋରଦାର କରିବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ । ତତ୍ ସହିତ ମିଥ୍ୟା ପ୍ରଚାରକୁ ପ୍ରତିରୋଧ କରି ମା’ ମାନଙ୍କୁ ବିକାଶ ମାର୍ଗରେ ନେବା ପାଇଁ ସହାୟତା ଯୋଗାଇ ଦେବା ପାଇଁ ଶ୍ରୀ ପଟ୍ଟନାୟକ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ । ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆ ସ୍ୱାଗତ ଭାଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ନବ ନିଯୁକ୍ତ ଦଳୀୟ କର୍ମକର୍ତ୍ତା ମାନେ ସଭାପତିଙ୍କୁ ତାଙ୍କର ମାର୍ଗ ଦର୍ଶନ ପାଇଁ ଧନ୍ୟବାଦ ଜଣାଇଥିଲେ । Post navigation Dropout Rate Rise: ରାଜ୍ୟରେ ଡ୍ରପ୍ ଆଉଟ୍ ୧୫ ପ୍ରତିଶତକୁ ବୃଦ୍ଧି State Budget 2026-27: ୨୦୨୬-୨୭ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ