ଝାରସୁଗୁଡା ସଦର ଥାନା ସମ୍ମୁଖରେ ଆଜି ଭୋର ସମୟରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡ଼ାରେ ହୋଇଥିବା ସଡ଼କ ଦୁର୍ଘଟଣାରେ ପୋଲିସ କର୍ମଚାରୀମାନଙ୍କ ମୃତ୍ୟୁ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଏହି ଦୁଃଖଦ ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହ ପ୍ରାଣ ହରାଇଥିବା ପ୍ରତ୍ୟେକ ପୋଲିସ କର୍ମଚାରୀଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ୫ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସୂଚନା ଯୋଗ୍ୟ; ଭୋର ସକାଳେ ବିପରୀତ ଦିଗରୁ ଆସୁଥିବା ଏକ ବେପରୁଆ ଟ୍ରଲର ସହ ପୋଲିସ ବୋଲେରୋର ପ୍ରଚଣ୍ଡ ଧକ୍କା ହୋଇଥିଲା। ଧକ୍କାର ତୀବ୍ରତା ଏପରି ଥିଲା ଯେ ବୋଲେରୋ ଗାଡିଟି ସମ୍ପୂର୍ଣ୍ଣ ଭାବେ ଚୂରମାର ହୋଇଯାଇଥିଲା। ଏହି ଦୁର୍ଘଟଣାରେ ୫ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଭାବେ ଆହତ ହୋଇ ଚିକିତ୍ସାଧୀନ ଅଛନ୍ତି। Post navigation OCA Election Controversy: ତେଜିଲା ଓସିଏ ନିର୍ବାଚନ କଳି; ଜେନେରାଲ୍ ବଡି ବୈଠକକୁ ବୟକଟ୍ କଲେ ଲଳିତେନ୍ଦୁ Mann Ki Baat: ମନ କି ବାତ ଜରିଆରେ ସାଧାରଣ ଲୋକଙ୍କ ଅସାଧାରଣ କାମକୁ ଲୋକଲୋଚନକୁ ଆଣୁଛନ୍ତି ପ୍ରଧାନମନ୍ତ୍ରୀ: ମନମୋହନ ସାମଲ