8000 rejoined 'Subhadra'

ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା କାଲି ମିଳିବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ, ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ କାଲି ସୁଭଦ୍ରା ଟଙ୍କା ମିଳିବ । ଏଥିପାଇଁ ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ।

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ଟଙ୍କା ପାଇବେ । ସୁଭଦ୍ରା ହିତାଧିକାରୀଙ୍କ ତାଲିକା ବଦଳିବା ଏକ ନିରନ୍ତର ପ୍ରକ୍ରିୟା ବୋଲି ସେ କହିଛନ୍ତି ।

ଯେଉଁମାନଙ୍କୁ ୨୧ ବର୍ଷ ବୟସ ହେବ ସେମାନେ ଏହି ଯୋଜନାରେ ସାମିଲ ହେବେ, ୬୦ ବର୍ଷ ବୟସ ଟପିଲେ ପେନସନ୍‌ ଲିଷ୍ଟକୁ ଯିବେ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଏହି ଟଙ୍କା ଦିଆଯିବ ।

 

By Nirvay

Leave a Reply

Your email address will not be published. Required fields are marked *