Naveen Patnaik meets injured Sheragada Block chairperson at hospital
ଗତକାଲି ଦୁର୍ବୁତ୍ତ ଙ୍କ ଆକ୍ରମଣ ରେ ଗୁରୁତର ଆହତ ହୋଇଥିବା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ ଅଧ୍ୟକ୍ଷ କୃଷ୍ଣଚନ୍ଦ୍ର ନାୟକ ଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ରେ ହସ୍ପିଟାଲ ରେ ଭେଟି ଥିଲେ ।
 
ନାୟକ ଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଓ ଚିକିତ୍ସା ସମ୍ପର୍କରେ ପଟ୍ଟନାୟକ ଡାକ୍ତର ମାନଙ୍କ ସହ ଆଲୋଚନା କରିଥିଲେ । ନାୟକଙ୍କ ପରିବାର ବର୍ଗଙ୍କ ସହିତ ମଧ୍ୟ ଘଟଣା ସମ୍ପର୍କରେ କଥା ହୋଇଥିଲେ ଏବଂ ନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ।
 
ସୂଚନାଯୋଗ୍ୟ ଯେ ଶେରଗଡ଼ ବ୍ଲକ ଅଧକ୍ଷ କୃଷ୍ଣଚନ୍ଦ୍ର ନାୟକ ଗତକାଲି ଦୃର୍ବୁତ୍ତଙ୍କ ଆକ୍ରମଣରେ ଗୁରୁତର ଆହତ ହେବା ପରେ ଚିକିତ୍ସା ପାଇଁ ଭୁବନେଶ୍ୱର ର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *