ଏସସିବି ବଡ଼ ମେଡିକାଲ କଲେଜ ଓ ହସ୍ପିଟାଲର ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି । ଘଟଣାର ଅନୁଧ୍ୟାନ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ । ଅଗ୍ନିକାଣ୍ଡ ପରେ ଆଇସିୟୁରେ ସାଂଘାତିକ ସ୍ଥିତି ଉପୁଜିଥିଲା । ଗୁରୁତର ଆହତଙ୍କ ସ୍ଥିତି ସଂକଟାପନ୍ନ ରହିଛି । ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଦ୍ୱାରା ଘୋର ଅବହେଳା ଏବଂ ପର୍ଯ୍ୟାପ୍ତ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଅଭାବ ଦର୍ଶାଇ 11 ଜଣ ରୋଗୀଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି ବୋଲି ଜାତୀୟ ମାନବାଧିକାର କମିଶନ ଉଲ୍ଲେଖ କରିଛନ୍ତି । ଏହି ଅଘଟଣା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘଟଣାସ୍ଥଳରେ ପହଞ୍ଚି ସମୀକ୍ଷା କରିଛନ୍ତି ଏବଂ ସ୍ୱାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରି ଅଗ୍ନିକାଣ୍ଡର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ଘଟଣା ପରେ ରାଜ୍ୟର ସମସ୍ତ ହସ୍ପିଟାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥାକୁ ପ୍ରତ୍ୟେକ୍ଷ ଭାବେ ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଦୁଃଖ ପ୍ରକାଶ କରି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି । Post navigation Odisha Rajya Sabha Election: ବିଜୟ ମହାପାତ୍ରଙ୍କୁ ଭେଟିଲେ ଦିଲ୍ଲୀପ ରାୟ SCB Fire Tragedy: SCB ଅଗ୍ନିକାଣ୍ଡ ଘଟଣାରେ ୬ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ ଗଠନ କଲେ ମୁଖ୍ୟମନ୍ତ୍ରୀ