ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା । ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିବ କାଳବୈଶାଖୀର ପ୍ରଭାବ । ଏନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ବିଶେଷ କରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହା ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିପାରେ । ଆସନ୍ତା ୨୦ ତାରିଖରେ ରାଜ୍ୟର ୨୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପାଗରେ ପରିବର୍ତ୍ତନ ହେବ । ସେଥିପାଇଁ ଉତ୍ତର ଓଡ଼ିଶାର ୩ ଏବଂ ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ବର୍ତ୍ତମାନର ସତର୍କତା ଅନୁଯାୟୀ, ଆଜି କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଏବଂ ନୂଆପଡା ଜିଲ୍ଲାରେ ଆଗାମୀ ତିନି ଘଣ୍ଟା ମଧ୍ୟରେ ହାଲୁକା ବର୍ଷା କିମ୍ବା ବଜ୍ରପାତ ସହିତ ଝଡ଼ବର୍ଷା ହେବାର ସମ୍ଭାବନା ଅଛି। Post navigation Elephants Died In Odisha: ରାଜ୍ୟରେ ବିଗତ ୨୦ ମାସ ମଧ୍ୟରେ ମରିଛନ୍ତି ୧୫୪ ହାତୀ: ଗଣେଶ ରାମ ସିଂ ଖୁଣ୍ଟିଆ Odisha Workers Die in Kerala: କେରଳରେ ୨ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ