ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଛି । ରାଜ୍ୟସଭା ନିର୍ବାଚନରେ ଦଳର ନିଷ୍ପତ୍ତି ବିରୋଧରେ ଯାଇ ଭୋଟିଂ କରିଥିବା ୬ ଜଣ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି ବିଜେଡ଼ି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିବା ବିଧାୟକମାନେ ହେଉଛନ୍ତି ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ, କଟକ-ଚୌଦାର ବିଧାୟକ ସୌଭିକ ବିଶ୍ବାଳ, ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, ବାଲିଗୁଡା ବିଧାୟକ ଚକ୍ରମଣି କଅଁର, ବସ୍ତା ବିଧାୟକ ସୁବାସିନୀ ଜେନା ଏବଂ ଜୟଦେବ ବିଧାୟକ ନବ କିଶୋର ମଲ୍ଲିକ । ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ନେଇ ଏହି ନୋଟିସ୍ ଜାରି କରାଯାଇଛି । ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ନୋଟିସ୍ ଜାରି କରିଛନ୍ତି । ସେମାନଙ୍କୁ ୨୦ ତାରିଖ ସଂଧ୍ୟା ୫ଟା ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । Post navigation TMC Candidates List: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ପ୍ରାର୍ଥୀ ଦେଲା ଟିଏମସି