Next hearing of Dara Singh case in Supreme Court on May 13
ଆଜି ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍ ଜେନେରାଲ୍ ପିତାମ୍ବର ଆଚାର୍ଯ୍ୟ ପକ୍ଷ ରଖିଛନ୍ତି ।
 
ବହୁଚର୍ଚ୍ଚିତ ଗ୍ରାହମ ଷ୍ଟେନ୍ସ ହତ୍ୟା ମାମଲାରେ ଆଜୀବନ ଦଣ୍ଡାଦେଶ କାଟୁଥିବା ଦାରା ସିଂହଙ୍କ ଦଣ୍ଡ କୋହଳ ପାଇଁ ଷ୍ଟେଟ୍ ସେଣ୍ଟେନ୍ସ ରିଭ୍ୟୁ ବୋର୍ଡ ତର୍ଜମା କରୁଥିବା ଜଣାଇ ଦିଆଯାଇଛି । ଦାରା ସିଂହ ୨୬ ବର୍ଷରୁ ଅଧିକ ସମୟ ଜେଲ୍‌ରେ ରହିଥିବାରୁ ଦାରା ସେନା ତାଙ୍କର ମୁକ୍ତି ଦାବି କରିଛି ।
 
ମେ ୧୩ ତାରିଖରେ ଦାରା ସିଂ ଓରଫ୍ ରବୀନ୍ଦ୍ର କୁମାର ପାଲ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସୁପ୍ରିମକୋର୍ଟ ଦିନ ନିର୍ଦ୍ଧାରଣ କରିଛନ୍ତି ।
 
 

By Nirvay

Leave a Reply

Your email address will not be published. Required fields are marked *