Odisha Govt Announces morning classes in All schools
ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଉଥିବା ବେଳେ ଆଜି ରାଜ୍ୟରେ ସକାଳୁଆ ସ୍କୁଲ ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି । ସକାଳ ସାଢ଼େ ୬ରୁ ଦିନ ସାଢ଼େ ୧୦ ପର୍ଯ୍ୟନ୍ତ ଚାଲିବ ସ୍କୁଲ୍‌ । ଏହି ନିୟମ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ଘରୋଇ ସ୍କୁଲ ପାଇଁ ବାଧ୍ୟତାମୂଳକ ।
 
ନୂତନ କାର୍ଯ୍ୟସୂଚୀ ଏପ୍ରିଲ ୨ ତାରିଖରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବା ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଆଜି ଏହି ନିର୍ଦ୍ଦେଶ ଜାରି ହୋଇଛି ।
 
ବିଦ୍ୟାଳୟରେ ପାନୀୟ ଜଳ ବ୍ୟବସ୍ଥା ସହିତ ବିଦ୍ୟାଳୟ ପରିସର‌ରେ ଥିବା ନଳକୂପର ମରାମତି କରିବା ତଥା ସ୍କୁଲରେ ଓଆରଏସ୍‌ ପ୍ୟାକେଟ୍‌ ମହଜୁଦ ରଖିବା ପାଇଁ ପ୍ରତି ଜିଲ୍ଲାପାଳଙ୍କୁ ଗଣଶିକ୍ଷା ସଚିବ ନିର୍ଦ୍ଦେଶ ଜାରି କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *