Odisha CM unveils 36 industrial projects worth Rs 40,000 crore
ଶିଳ୍ପ ଅଭିବୃଦ୍ଧି ଏବଂ ସମୟୋଚିତ କାର୍ଯ୍ୟାନ୍ୱୟନ ପ୍ରତି ରାଜ୍ୟର ଦୃଢ଼ ପ୍ରତିବଦ୍ଧତାକୁ ଗୁରୁତ୍ୱ ଦେଇ ଓଡ଼ିଶା ସରକାର ଆଉ ଏକ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଅନ୍ତର୍ଗତ ଭୂଇଁପୁର ଠାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ସମୁଦାୟ ୩୬ ଗୋଟି ଶିଳ୍ପ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି ।
 
ଏଥିମଧ୍ୟରୁ ୨୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥବା ବେଳେ ୧୧ ଟି ପ୍ରକଳ୍ପର ଉଦ୍ଘାଟନ କରାଯାଇଛି । ଏହି ପ୍ରକଳ୍ପ ଗୁଡିକର ଶିଳାନ୍ୟାସ ଓ ଶୁଭାରମ୍ଭ ଦ୍ୱାରା ୫୯,୦୦୦ ରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ଏବେ ଆଉ କେବଳ ଏକ ସମ୍ଭାବନାର ରାଜ୍ୟ ହୋଇ ରହିନାହିଁ, ଆମ ରାଜ୍ୟ ଏବେ ସମୃଦ୍ଧିର ସ୍ପର୍ଶ ଅନୁଭବ କରୁଛି ।
Odisha CM unveils 36 industrial projects worth Rs 40,000 crore
 
ସୂଚନାଯୋଗ୍ୟଯେ, ଏହି ଶିଳ୍ପ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଗ୍ରୀନ ଏନର୍ଜି ଉପକରଣ, ଧାତୁ ଏବଂ ଡାଉନଷ୍ଟ୍ରିମ୍ ଶିଳ୍ପ, ବୟନ ଏବଂ ପୋଷାକ ଶିଳ୍ପ, ପ୍ଲାଷ୍ଟିକ୍, ପର୍ଯ୍ୟଟନ, କୃଷି ଏବଂ ଖାଦ୍ୟ ପ୍ରକ୍ରିୟାକରଣ, ପ୍ରତିରକ୍ଷା ଉତ୍ପାଦନ, ଆଇଟି, ଅଟୋମୋବାଇଲ୍, ସିମେଣ୍ଟ ଶିଳ୍ପ ବିଭିନ୍ନ ଜିଲ୍ଲାରେ ଆରମ୍ଭ ହେବାକୁ ଯାଉଛି, ଯାହା ରାଜ୍ୟର ଅର୍ଥନୀତିରେ ଦ୍ରୁତ ବିକାଶ ଘଟାଇବ ।
 
ଆମକୁ ଯେଉଁ ସାମଗ୍ରୀ ବିଦେଶରୁ ଆମଦାନୀ କରିବାକୁ ପଡୁଥିଲା, ସେଗୁଡ଼ିକ ଏବେ ଆମ ଖୋର୍ଦ୍ଧା ମାଟିରେ ତିଆରି ହେବ । ଏହି ସଫଳତା ଆମ ପାଇଁ ଗର୍ବ ଓ ଗୌରବର ବିଷୟ। ଓଡ଼ିଶାରେ ନିର୍ମିତ ସାମଗ୍ରୀ ବିଶ୍ଵ ବଜାରକୁ ଯିବ ଏବଂ ଆମ ଶିଳ୍ପ ବ୍ୟବସ୍ଥାକୁ ଆହୁରି ସ୍ଵାବଲମ୍ବୀ କରି ଗଢିତୋଳିବାରେ ସହାୟକ ହେବ । ଏହି ଶିଳ୍ପପ୍ରକଳ୍ପ ଗୁଡିକ ଆତ୍ମନିର୍ଭର ଭାରତ ଗଠନରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଚଳିତ ବଜେଟରେ ଭିତ୍ତିଭୂମି ପାଇଁ ୭୨ ହଜାର କୋଟିରୁ ଅଧିକ ଟଙ୍କାର ପ୍ରାବଧାନ କରାଯାଇଛି ଯାହା ବର୍ତ୍ତମାନ ଆମ ରାଜ୍ୟ GDPର ପ୍ରାୟ ୬.୫ ପ୍ରତିଶତ । ଏହା ଦ୍ଵାରା ଭିତ୍ତିଭୂମି ନିର୍ମାଣ ତ୍ବରାନ୍ବିତ ହେବା ସହିତ ନୂତନ ରୋଜଗାର ସୃଷ୍ଟି ହେଉଛି ବୋଲି ସେ କହିଥିଲେ ।
Odisha CM unveils 36 industrial projects worth Rs 40,000 crore
 
ଓଡିଶାରେ ଗତ ୨୦ ମାସ ଧରି ଶିଳ୍ପ କ୍ଷେତ୍ରରେ ଏକ ନୂତନ ଦିଗ ଦେଖାଯାଇଛି ଏବଂ ବିଶେଷ କରି ୨୦୨୫ ଜାନୁଆରୀରୁ ରାଜ୍ୟରେ ଦ୍ୱିତୀୟ ଶିଳ୍ପ ବିପ୍ଳବ ଆରମ୍ଭ ହୋଇଛି। ୨୦୩୬ ପାଇଁ ଆଉ ୧୦ ବର୍ଷ ରହିଛି ଏବଂ ଏହି ୧୦ ବର୍ଷ ହେଉଛି ସମସ୍ତଙ୍କ ପାଇଁ ‘ସଂକଳ୍ପର ଦଶକ’ । ଓଡିଆ ଅସ୍ମିତା ସହିତ ଅର୍ଥନୈତିକ ଉନ୍ନତିକୁ ସର୍ବୋଚ୍ଚ ପ୍ରାଧାନ୍ୟ ଦିଆଯାଇଛି ବୋଲି ସେ ଉଲ୍ଲେଖ କରିଥିଲେ। ଆମର ଅର୍ଥନୀତି ଯେତେବେଳେ ଶକ୍ତିଶାଳୀ ହେବ ଏବଂ ଭିତ୍ତିଭୂମି ବିଶ୍ୱସ୍ତରୀୟ ହେବ, ସେତେବେଳେ ଓଡିଶାର ଅର୍ଥନୀତି ସମଗ୍ର ବିଶ୍ୱର ଅର୍ଥନୀତି ସହିତ ସଂଯୁକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
 
କାର୍ଯ୍ୟକ୍ରମ ଆରମ୍ଭରେ ମୁଖ୍ୟମନ୍ତ୍ରୀ ମାଝୀ ଦେଶର ବିଭିନ୍ନ ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ଶିଳ୍ପପତି ମାନଙ୍କ ସହ ଏକ ସ୍ୱତନ୍ତ୍ର ରାଉଣ୍ଡଟେବୁଲ୍ ବୈଠକରେ ଯୋଗଦେଇ ରାଜ୍ୟରେ ଆରମ୍ଭ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ବିଷୟରେ ଆଲୋଚନା କରିଥିଲେ। ରାଜ୍ୟରେ ଶିଳ୍ପ ଉନ୍ନତି ପାଇଁ ଓଡିଶା ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇବାକୁ ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
 
ସାଧାରଣ ସଭା ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଶିଳ୍ପ ଅନୁଷ୍ଠାନ ଦ୍ୱାରା ଆୟୋଜିତ ପ୍ରକଳ୍ପ ଗୁଡିକର ପ୍ରଦର୍ଶନୀ ବୁଲି ଦେଖିବା ସହିତ କମ୍ପାନୀର କର୍ମଚାରୀ ମାନଙ୍କ ସହିତ କଥା ହୋଇଥିଲେ ।
 
 
 

By Nirvay

Leave a Reply

Your email address will not be published. Required fields are marked *