ଓଡ଼ିଶାରେ ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆନୁଷ୍ଠାନିକ ଭାବରେ ଆରମ୍ଭ ହୋଇଛି। ପଞ୍ଚାୟତିରାଜ ବିଭାଗ, ଓଡ଼ିଶା ସମସ୍ତ ଜିଲ୍ଲା କଲେକ୍ଟରଙ୍କୁ ବିଭିନ୍ନ ସ୍ଥାନୀୟ ସଂସ୍ଥା ପଦବୀ ପାଇଁ ସଂରକ୍ଷଣ ପ୍ରକ୍ରିୟା ଆରମ୍ଭ କରିବାକୁ ନିର୍ଦ୍ଦେଶ ଜାରି କରିଛି । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ଏବଂ ଜିଲ୍ଲା ପରିଷଦ ସଦସ୍ୟ ପାଇଁ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଚଳିତ ଏପ୍ରିଲ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ୱାର୍ଡ ମେମ୍ବର, ସରପଞ୍ଚ ଓ ସମିତି ସଭ୍ୟରେ ସଂରକ୍ଷଣ ପାଇଁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଉପରେ ୧୭ ତାରିଖ ଭିତରେ ଅଭିଯୋଗ ଆବେଦନ ଏବଂ ୨୪ ତାରିଖ ସୁଦ୍ଧା ଅଭିଯୋଗ ଶୁଣାଣି କରି ୨୯ ସୁଦ୍ଧା ଚୂଡାନ୍ତ ସଂରକ୍ଷଣ ତାଲିକା ନିର୍ବାଚନକୁ ଜଣାଇବେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ୧୩ ରେ ଚିଠା ବିଜ୍ଞପ୍ତି ଏବଂ ୨୯ ରେ ଚୂଡାନ୍ତ ବିଜ୍ଞପ୍ତି ପ୍ରକାଶ ପାଇବ । ପୂର୍ବ ନିର୍ବାଚନ ସଂରକ୍ଷଣ ନୀତି ଅନୁସାରେ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ, ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଯାଏଁ ସଂରକ୍ଷଣ ରହିବ। ସେହିପରି ମହିଳାଙ୍କ ପାଇଁ ସଂରକ୍ଷଣ ରହିବ ୫୦ ପ୍ରତିଶତ ସିଟ । Post navigation Justice Yashwant Varma Resigns: ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା Odisha Cabinet Meeting: କ୍ୟାବିନେଟ୍ ବୈଠକରେ ୧୧ ପ୍ରସ୍ତାବ ଉପରେ ବାଜିଲା ମୋହର