ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି। ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର, ମହାସ୍ନାନ କରାଯିବ। ସେଥିପାଇଁ ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି କରାଯିବ। ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

Leave a Reply

Your email address will not be published. Required fields are marked *