ବାଲିଅନ୍ତାରେ ଘଟିଥିବା ଘଟଣାକୁ ନେଇ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକ ଆରମ୍ଭ ହୋଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ପୋଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ଘଟଣାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରୁଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର ମଧ୍ୟ ଉପସ୍ଥିତ ଅଛନ୍ତି । ପୋଲିସ କମିଶନର ଓ ଭୁବନେଶ୍ୱର ଡିସିପି ବୈଠକରେ ଘଟଣା ସମ୍ପର୍କିତ ସମସ୍ତ ତଥ୍ୟ ଓ ତଦନ୍ତର ଅଗ୍ରଗତି ସୂଚନା ଦେଉଛନ୍ତି । ଘଟଣାର ତଦନ୍ତ ପ୍ରକ୍ରିୟା ଓ ପରବର୍ତ୍ତୀ ପଦକ୍ଷେପ ନେଇ ବୈଠକରେ ଆଲୋଚନା ହେଉଥିବା ସୂଚନା ମିଳିଛି । Post navigation Odisha CM in West Bengal: ପଶ୍ଚିମବଙ୍ଗରେ ବିଧାୟକ ଦଳ ନେତା ଚୟନ ପାଇଁ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ