ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ । ବେଙ୍ଗଲର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶୁଭେନ୍ଦୁ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ ।

ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟତୀତ ଦିଲୀପ ଘୋଷ, ଅଗ୍ନିମିତ୍ର ପାଲ, ଅଶୋକ କୀର୍ତ୍ତନିଆ, ଖୁଦିରାମ ଟୁଡୁ ଏବଂ ନିସିଥ ପ୍ରାମାଣିକଙ୍କ ସମେତ ଅନ୍ୟ ୫ ଜଣ ନେତା ମଧ୍ୟ ଶପଥ ଗ୍ରହଣ କରିଛନ୍ତି।

କୋଲକାତା ବ୍ରିଗେଡ୍‌ ପରେଡ୍‌ ଗ୍ରାଉଣ୍ଡରେ ହୋଇଥିବା ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଉପସ୍ଥିତ ଅଛନ୍ତି ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏହା ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ NDA ଶାସିତ ରାଜ୍ୟର ସବୁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି।

Leave a Reply

Your email address will not be published. Required fields are marked *