ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଉତ୍ସବ ଶୁକ୍ରବାର ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରଠାରେ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଥିଲେ । ଏହି ଅବସରରେ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବହୁ ବରିଷ୍ଠ ନେତୃବୃନ୍ଦ ଓ ବିଶିଷ୍ଟ ଅତିଥିମାନେ ଉପସ୍ଥିତ ଥିଲେ । ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା ଓ ବିକାଶମୂଳକ କାର୍ଯ୍ୟକ୍ରମକୁ ନେଇ ଏହି ଉତ୍ସବ ପାଳନ କରାଯାଇଥିଲା । ଏକ ମଞ୍ଚରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି କାର୍ଯ୍ୟକ୍ରମର ବିଶେଷ ଆକର୍ଷଣ ଥିଲା । Post navigation Mob attack in Rayagada, young woman assaulted by large crowd Odisha CM extends Birthday wishes to President Droupadi Murmu