ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡିରେ ପୁଣି ଆଉ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ। ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ସଦର ଥାନା କୋଡ଼ିପଶା ଗ୍ରାମର ସଜନୀ ଜୁଆ ବୋଲି ଜଣାପଡ଼ିଥିବା ବେଳେ ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ହୋଇଛି ।

ଅନ୍ୟପଟେ ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ଏହା ସହିତ ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ। ଆଜି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶିର ପରିମାଣକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

Leave a Reply

Your email address will not be published. Required fields are marked *