ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ଜୁଲାଇ ୩ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆକଳନ କରାଯାଇଛି। ଯାହା ଫଳରେ ଆଗାମୀ ତିନି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ପାଣିପାଗ ବିଭାଗ ଅନୁଯାୟୀ; ଆସନ୍ତା ୩ ତାରିଖରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶକୁ ଲାଗି ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହା ଆଗାମୀ ଦିନ ମଧ୍ୟରେ ଲଘୁଚାପର ରୂପ ନେବ । ଏହାପରେ ଜୁଲାଇ ୫ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ । ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର୍ ପର୍ଯ୍ୟନ୍ତ ରହିବ ବୋଲି ଜଣାପଡ଼ିଛି । Post navigation 12-Hour Nabarangpur Bandh: ପାଠ୍ୟପୁସ୍ତକରେ ତ୍ରୁଟିକୁ ବିରୋଧ କରି ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ ପାଳନ Amit Shah to Visit Odisha: ଆସନ୍ତା ୩ ତାରିଖରେ ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ