କଟକରେ ଦୁର୍ଘଟଣା ଘଟାଇଲା ଆମ ବସ୍। ବାଦାମବାଡ଼ି ଥାନା ମଲାଚଣ୍ଡିଆ ଛକରେ ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ‘ଆମ ବସ୍‌’ । ଏହି ଦୁର୍ଘଟଣାରେ ବାଇକ୍‌ ଆରୋହୀ ଗୁରୁତର ଆହତ ହୋଇଥିବାବେଳେ ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଏସ୍‌ସିବି ମେଡିକାଲ୍‌କୁ ପଠାଇଥିଲେ।

ଅନ୍ୟପଟେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର୍‌ ହୋଇଯାଇଥିବା ଜଣାପଡିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିବା ବେଳେ ଖବର ପାଇ ବାଦାମବାଡ଼ି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ବସ୍‌କୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Leave a Reply

Your email address will not be published. Required fields are marked *