ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଅସୁସ୍ଥତା ଖବର ପାଇବା ପରେ ଆଶୁ ଆରୋଗ୍ୟ କାମନା କରିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ । ନବୀନ ପଟ୍ଟନାୟକ ନିଜ ସୋସିଆଲ ମିଡିଆରେ ଲେଖିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଷୟରେ ଜାଣିବାକୁ ପାଇଲି । ମୁଁ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି । ଏଥିସହିତ ବିଜେଡିର ଅନେକ ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ପ୍ରମିଳା ମଲ୍ଲିକ, ବ୍ୟୋମକେଶ ରାୟ, ସଞ୍ଜୀବ ମଲ୍ଲିକ ହସ୍ପିଟାଲରେ ପହଞ୍ଚି ପ୍ରଫୁଲ୍ଲ ସାମଲଙ୍କ ଚିକିତ୍ସା କରୁଥିବା ଡାକ୍ତରୀ ଦଳ ସହ ଆଲୋଚନା କରିବା ସହ ତାଙ୍କର ଶୀଘ୍ର ସୁସ୍ଥତା କାମନା କରିଛନ୍ତି । Post navigation PM Modi dedicates 7 redeveloped Railway Stations in Odisha under Amrit Bharat Station Scheme Municipal Elections: ୩୫ ପୌରାଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ