odisha-cm-praises-dharmendra-pradhan-for-reforms-in-the-education-sector
ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଚ୍ଚ ପ୍ରଶଂସା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଧର୍ମେନ୍ଦ୍ର ପ୍ରଧାନ ନିଜ କାର୍ଯ୍ୟକାଳ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଅନେକ ଐତିହାସିକ ପଦକ୍ଷେପ ନେଇଛନ୍ତି ।
 
ଜାତୀୟ ଶିକ୍ଷା ନୀତି-୨୦୨୦ ଭଳି ଏକ ଐତିହାସିକ ନୀତିକୁ ସେ ସଫଳତାର ସହ କାର୍ଯ୍ୟକାରୀ କରିଥିଲେ । ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ସୁଦୃଢ଼ କରିବା ପାଇଁ ସେ ଶିକ୍ଷା ବ୍ୟବସ୍ଥାରେ ଅନେକ ସଂସ୍କାର ଆଣିଥିଲେ । ସେ ସର୍ବଦା ବୃହତ୍ତର ସାମାଜିକ ହିତ ଏବଂ ନୈତିକ ମୂଲ୍ୟବୋଧକୁ ପ୍ରାଥମିକତା ଦେଇଆସିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
 
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଷ୍ପତ୍ତି ତାଙ୍କର ଉଚ୍ଚ ନୀତି ଆଦର୍ଶର ପରିଚୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, “ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ତାଙ୍କର କର୍ମମୟ ଯାତ୍ରା ଆହୁରି ଅଧିକ ସଫଳ ହେଉ ।”
 
ନିକଟରେ NEET ପେପର ଲିକ୍ ବିବାଦକୁ ନେଇ ଦେଶବ୍ୟାପୀ ପ୍ରତିବାଦ ପରେ ଧର୍ମେନ୍ଦ୍ର ପ୍ରଧାନ ନୈତିକ ଦାୟିତ୍ୱ ନେଇ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।

By Nirvay

Leave a Reply

Your email address will not be published. Required fields are marked *