ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ୨ ଦିନ ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଙ୍ଘଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆଗାମୀ ୪୮ ଘଣ୍ଟା ଯାଏ ଭୀଷଣ ବର୍ଷା ସମ୍ଭାବନା ଥିବା ବେଳେ ଏହା ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

ଅନ୍ୟପଟେ ରାଜ୍ୟରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଳମ୍ବିତ ରାତିରୁ ଲାଗି ରହିଛି ବର୍ଷା। କଟକ, ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିଛି। ବର୍ଷା କାରଣରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ଦେଖା ଦେଇଛି।

ଆଜି ପାଇଁ ଛଅଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଆଇଏମଡି ଏକ ରେଡ୍ ଆଲର୍ଟ ଜାରି କରିଛି, ସମ୍ଭାବ୍ୟ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଏବଂ କେନ୍ଦୁଝର। ସେହିପରି ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଏବଂ ବୌଦ୍ଧ ଏହି ୯ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି।

Leave a Reply

Your email address will not be published. Required fields are marked *