ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦ ସମାଧାନ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ମହାନଦୀ ଜଳବଣ୍ଟନ ଓ ପରିଚାଳନାକୁ ନେଇ ନୂଆଦିଲ୍ଲୀଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଜଳ ଶକ୍ତି ମନ୍ତ୍ରୀ ସି. ଆର. ପାଟିଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ହାଇ-ପ୍ରୋଫାଇଲ୍ ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ ଯୋଗ ଦେଇଛନ୍ତି । ଏହି ବୈଠକରେ ମହାନଦୀ ଜଳ ସମସ୍ୟାର ସମାଧାନ ପାଇଁ ଉଭୟ ରାଜ୍ୟ ମଧ୍ୟରେ ଗଠନମୂଳକ ଆଲୋଚନା, ପାରସ୍ପରିକ ସହଯୋଗ ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରାଯାଇଛି।

ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦ ସମାଧାନ ହେବ । ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକରେ ଏନେଇ ସହମତି ହୋଇଛି । ୩ ମାସ ମଧ୍ୟରେ ମହାନଦୀ ଜଳ ବଣ୍ଟନ ଓ ପରିଚାଳନାର ସମାଧାନ ହେବ । ଓଡ଼ିଶାର ଅଧିକାର ଓ ଚାଷୀ କୂଳ ଭବିଷ୍ୟତକୁ ଗୁରୁତ୍ବ ଦିଆଯାଇଛି । ସୌହାର୍ଦ୍ଦ୍ୟପୂର୍ଣ୍ଣ ଭାବେ ଦୁଇ ରାଜ୍ୟ ମଧ୍ୟରେ ଆଲୋଚନା ହୋଇଛି ।

Leave a Reply

Your email address will not be published. Required fields are marked *