Low Pressure System Forms Over Bay of Bengal, May Intensify in 48 Hours

ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର। ଆସନ୍ତା ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳକୁ ଅତିକ୍ରମ କରିବ । ଏହାର ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି । ୨୭ ସକାଳେ ଆନ୍ଧ୍ର ପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଯାହା ଫଳରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ଲଘୁଚାପ ପ୍ରଭାବରେ ୨୮ ତାରିଖ ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଏହି ଅଵପାତ। ଫଳରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମତ୍ସ୍ୟଜୀବୀଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *