ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ୱତନ୍ତ୍ର ସଚିବ ଆଇପିଏସ ଶ୍ରୀ ଡିଏସ କୁଟ୍ଟେଙ୍କୁ ନିର୍ବାଚନ ପରିଚାଳନାରେ ଅଯଥା ହସ୍ତକ୍ଷେପ ପାଇଁ ସମ୍ପୃକ୍ତ ସେବା ନିୟମ ଅନୁଯାୟୀ ନିଲମ୍ବିତ କରାଯାଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ନିଲମ୍ବିତ କାଳରେ ନୂଆଦିଲ୍ଲୀ ଆବାସିକ କମିଶନରଙ୍କ ଅଫିସରେ ରହି କାର୍ଯ୍ୟ କରିବେ। କାଲି ଦିନ ୩ଟା ସୁଦ୍ଧା ସେଠାରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର।

ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ବିଭାଗର ମୁଖ୍ୟ ବରିଷ୍ଠ ଆଇପିଏସ ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର। ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଆଶିଷ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୩୦ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ପାଇଁ ଆଶିଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଯାଞ୍ଚ ରିପୋର୍ଟ ମେ’ ୩୧ ସୁଦ୍ଧା ଏସିଆଇଙ୍କ ନିକଟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୪ରୁ ମେଡିକାଲ ଲିଭ୍ ରେ ଅଛନ୍ତି ଆଶିଷ ସିଂହ।

Leave a Reply

Your email address will not be published. Required fields are marked *