ବିଜେଡିରୁ ଇସ୍ତଫା ଦେଇ ଆଜି ବିଜେପିରେ ଯୋଗ ଦେଲେ ଅଭିନେତା ଅରିନ୍ଦମ ରାୟ। ଆଜି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ଆଜି ବିଜେପିରେ ଯୋଗ ଦେଇଛନ୍ତି। ସାଧାରଣ ସମ୍ପାଦକ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଆଜି ସେ ଇସ୍ତଫା ଦେଇଛନ୍ତି । ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ।

ଇସ୍ତଫା ପତ୍ରରେ ନିଜର କ୍ଷୋଭ ଜଣାଇଛନ୍ତି ଅରିନ୍ଦମ । ତାଙ୍କ କାର୍ଯ୍ୟକୁ ଦଳରେ ମର୍ଯ୍ୟାଦା ମିଳୁନଥିବା କହିଲେ ଅରିନ୍ଦମ । ତେବେ ପୂର୍ବରୁ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିବା ପରେ ଏହି ପ୍ରସଙ୍ଗ ଏବେ ବେଶ ଚର୍ଚ୍ଚାର ବିଷୟ ପାଲଟିଥିଲା । ବିଜେଡି ସାଂଗଠନିକ ସମ୍ପାଦକ ବବି ଦାସଙ୍କ ଭିଣୋଇ ଅରିନ୍ଦମ ରାୟ, ବିଜେଡି ଛାଡିବାକୁ ନେଇ କଟକ ରାଜନୀତିରେ ହଟଚମଟ ସୃଷ୍ଟି ହୋଇଥିଲା ।ସୂଚନା ଅନୁଯାୟୀ, ସେହିପରି କିଛି ମାସ ପୂର୍ବରୁ ଗଣମାଧ୍ୟମ ସାମ୍ନାରେ ଅରିନ୍ଦମ ମଧ୍ୟ ନିଜର ଅସନ୍ତୋଷ ଜାହିର କରିଥିଲେ । ଦଳ ଯଦି ତାଙ୍କୁ ଆବଶ୍ୟକ କରୁନାହିଁ, ତେବେ ସେ ଦଳରେ କାହିଁକି ରହିବେ ବୋଲି କହିଥିଲେ ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *