ଆଡ଼ପ ପହଣ୍ଡି ଅଘଟଣ ନେଇ ପରିଚାଳନା କମିଟିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀରବିକ୍ରମ ଯାଦବଙ୍କ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ କରିବା ପାଇଁ ୩ ଜଣିଆ କମିଟି ଗଠନ କରାଯାଇଛି।
ଜଣେ ଏଡିଏମ୍, ଉନ୍ନୟନ ପ୍ରଶାସକ ଓ ଜଣେ ଡିଏସ୍ପି ରହିବେ।
ଭିଡିଓ ଫୁଟେଜ୍ ସହ ସମସ୍ତ ଦିଗକୁ ଦେଖି ତଦନ୍ତ କରି ରିପୋର୍ଟ ଦେବେ। ନୀଳାଦ୍ରି ବିଜେର ୧୦ ଦିନ ମଧ୍ୟରେ କମିଟି ରିପୋର୍ଟ ପ୍ରଦାନ କରିବ ବୋଲି କହିଛନ୍ତି।