ରତ୍ନବେଦି ଛାଡ଼ି ଜନ୍ମବେଦିରେ ବିରାଜିଛନ୍ତି ଚତୁର୍ଦ୍ଧା ବିଗ୍ରହ । ଶ୍ରୀଜୀଉଙ୍କ ଆଡ଼ପ ମଣ୍ଡପ ବିଜେ ପରେ ଆଜିଠୁ ଆରମ୍ଭ ହୋଇଛି ଆଡ଼ପ ଦର୍ଶନ । ଆଜି ଆଡପ ମଣ୍ଡପରେ ରହି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଦେବ ଏବଂ ଦେବୀ ସୁଭଦ୍ରା । ଭକ୍ତମାନେ ଲମ୍ବା ଧାଡ଼ିରେ ଆସି ଆଜି ଚଳିତବର୍ଷର ପ୍ରଥମ ଆଡପ ଅବଢ଼ା ମଧ୍ୟ ପାଇଛନ୍ତି । ଶୃଙ୍ଖଳିତ ଦର୍ଶନ ପାଇଁ ମନ୍ଦିର ଭିତରେ ଓ ବାହାରେ ପୋଲିସ ଫୋର୍ସ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ଆଜି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ରାତି ୯ ଟାରୁ ବିଳମ୍ବିତ ରାତି ୨ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । Post navigation ଭିଜିଲାନ୍ସ ଜାଲରେ ମୃତ୍ତିକା ସଂରକ୍ଷଣ ଓ ଜଳ ଛାୟା ଯୁଗ୍ମ ନିର୍ଦ୍ଦେଶକ ଜୁଲାଇ ୧ ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ