ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷର ପରେ ଆଜି ଦିଲ୍ଲୀରୁ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିଲ୍ଲୀ ଗସ୍ତ ସାରି ଫେରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ବରିଷ୍ଠ ନାଗରିକଙ୍କୁ ମିଳିବ ନିରନ୍ତର ଚିକିତ୍ସା ସୁବିଧା । ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକଙ୍କୁ ମିଳିବ ଚିକିତ୍ସା ସୁବିଧା ମିଳିବ । ସାରା ଦେଶରେ ୩୦ ହଜାରରୁ ଅଧିକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ । ଆୟୁଷ୍ମାନ ଭାରତରେ ପୁରୁଷଙ୍କୁ ୫ ଓ ମହିଳାଙ୍କୁ ୧୦ ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସାର ସୁବିଧା ମିଳିପାରିବ ।

ମୁଖ୍ୟମନ୍ତ୍ରୀ ଆଉ ମଧ୍ୟ କହିଛନ୍ତି ଓଡ଼ିଶାର ପ୍ରତି ପଞ୍ଚାୟତରେ ହେବ ଆୟୁଷ୍ମାନ ଭାରତ ମନ୍ଦିର । ଆମେ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛୁ । ଆୟୁଷ୍ମାନ ଭାରତ ମନ୍ଦିରରେ ରହିବେ ଜଣେ ଯୋଗ ଶିକ୍ଷକ । ସ୍ବାସ୍ଥ୍ୟକର୍ମୀଙ୍କ ସହ ଅନ୍ୟ ସୁବିଧା ସୁଯୋଗ ମଧ୍ୟ ଯୋଗାଇ ଦିଆଯିବ । ଆୟୁଷ୍ମାନ ଭାରତ ଯୋଜନା ଦ୍ୱାରା ଓଡ଼ିଶାର ୮୬ ପ୍ରତିଶତ ଲୋକ ଲାଭାନ୍ୱିତ ହେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଏହି ଅଭିଯାନ ଆଗାମୀ ଦିନରେ ଶିଖରକୁ ଛୁଇଁବ ବୋଲି ଆଶା କରାଯାଉଛି ।

Leave a Reply

Your email address will not be published. Required fields are marked *