ଭୁବନେଶ୍ୱର: ପଦ୍ମ ଧରିଲେ ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ । ବିଜେଡ଼ି ରାଜ୍ୟ ସମ୍ପାଦକ ଥିଲେ ଅଜୟ ନାୟକ । ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ମାମୁଁ ଅଜୟ ବ୍ୟୋମକେଶଙ୍କ ଟିକେଟକୁ ବିରୋଧ କରୁଥିଲେ। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଲେ ଅଜୟ ।

ପୂର୍ବତନ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଦଳରେ ଯୋଗ । ମିଶ୍ରଣ ପର୍ବରେ ଅନ୍ୟ ମାନଙ୍କ ମଧ୍ୟରେ ଭଦ୍ରକ ବିଜେପି ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ, ଧାମନଗର ବିଧାନସଭା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ, ଦଳର ରାଜ୍ୟ ଉପସଭାପତି ବିରଞ୍ଚି ତ୍ରିପାଠୀ, ବିଜେପି ରାଜ୍ୟ ସମ୍ପାଦକ ସରୋଜ କର ପ୍ରମୁଖ ଉପସ୍ଥିତ ଥିଲେ ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *